ଶିକ୍ଷାବିତ୍ ଡକ୍ଟର ମହେନ୍ଦ୍ର କୁମାର ମିଶ୍ରଙ୍କୁ ପଦ୍ମଶ୍ରୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଛି।ଓଡ଼ିଶାର ବିଶିଷ୍ଟ ଭାଷାବିତ୍ ତଥା ଶିକ୍ଷାବିତ୍ ଡକ୍ଟର ମହେନ୍ଦ୍ର କୁମାର ମିଶ୍ରଙ୍କୁ ଚଳିତ ବର୍ଷର ପ୍ରତିଷ୍ଠିତ ‘ପଦ୍ମଶ୍ରୀ’ ପୁରସ୍କାରରେ ସମ୍ମାନିତ କରାଯାଇଛି । କଳାହାଣ୍ଡିର ଏକ ଆଦିବାସୀ ବହୁଳ ଅଞ୍ଚଳରେ ଜନ୍ମଗ୍ରହଣ କରିଥିବା ଡକ୍ଟର ମିଶ୍ର ଦୀର୍ଘ ଚାରି ଦଶନ୍ଧିରୁ ଅଧିକ ସମୟ ଧରି ଆଦିବାସୀ ଭାଷା, ସଂସ୍କୃତିର ସଂରକ୍ଷଣ ଏବଂ ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ରଖିଛନ୍ତି । ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟରେ କାର୍ଯ୍ୟ କରିବା ସହ ସେ ରାଜ୍ୟର ୨୧ଟି ଆଦିବାସୀ ଭାଷାରେ ବହୁଭାଷୀ ଶିକ୍ଷା କାର୍ଯ୍ୟକ୍ରମର ସଫଳ ରୂପାୟନ କରିଥିଲେ ।