ଶ୍ରୀମନ୍ଦିର ୧ କିମି ପରିଧି କିମ୍ବା ବଡ଼ଦାଣ୍ଡରେ ବିକ୍ରି ହେବନି ମଦ
ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା । ଶ୍ରୀମନ୍ଦିରର ୧ କିମି ପରିଧି କିମ୍ବା ବଡ଼ଦାଣ୍ଡରେ ବିକ୍ରି ହେବନି ମଦ । ଶ୍ରୀକ୍ଷେତ୍ରକୁ ନିଶାମୁକ୍ତ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ଏପରରିକି ବଡ଼ଦାଣ୍ଡ ଏବଂ ସଂଯୋଗ କରୁଥିବା ଛୋଟ ଛୋଟ ରାସ୍ତାରେ ଆମିଷ ବିକ୍ରି ବନ୍ଦ କରିବାକୁ ମନ୍ତ୍ରୀ କହିଛନ୍ତି। ଆଧ୍ୟାତ୍ମିକତାର ସୁରକ୍ଷା ଏବଂ ମନ୍ଦିର ପାଖେ କୌଣସି ତାମସିକ କଥା ନ ରହୁ। ମଦ ବିକ୍ରି ବନ୍ଦ ପଲିସୀ ଆସିବା ପରେ ଏହା କଡ଼ାକଡ଼ି କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି।
