ସମ୍ପୂର୍ଣ୍ଣ ବ୍ୟବସ୍ଥିତ ହେବା ପରେ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ
ଶ୍ରୀମନ୍ଦିର ଧାଡି ଦର୍ଶନ ବ୍ୟବସ୍ଥାରେ ତ୍ରୁଟି । ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରିବା ପୂର୍ବରୁ ହିଁ ତ୍ରୁଟି ଧରାପଡିଛି । ଯାହାର ସମାଧାନ ଖୁବଶୀଘ୍ର କରାଯିବ । ସମ୍ପୂର୍ଣ୍ଣ ବ୍ୟବସ୍ଥିତ ହେବା ପରେ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ । ଶ୍ରୀମନ୍ଦିର ଧାଡି ଦର୍ଶନକୁ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ପ୍ରତିକ୍ରିୟା ଦେଇ ମନ୍ତ୍ରୀ କହିଛନ୍ତି ଯେ ଶ୍ରୀମନ୍ଦିର ଧାଡି ଦର୍ଶନ ବ୍ୟବସ୍ଥାରେ ତ୍ରୁଟି ସାମ୍ନାକୁ ଆସିଛି । ଧାଡି ଦର୍ଶନ କାର୍ଯ୍ୟକାରୀ ସ୍ଥିତିକୁ ଗଲା ବେଳେ ସାମାନ୍ୟ ତ୍ରୁଟି ଦେଖା ଦେଲା । ତ୍ରୁଟିକୁ ଖୁବଶୀଘ୍ର ସମାଧାନ କରାଯାଇ ଧାଡି ଦର୍ଶନ ଲାଗୁ କରାଯିବ । ଏଥିପାଇଁ କାମ କରୁଥିବା ଏଜେନ୍ସିମାନଙ୍କୁ କୁହାଯାଇଛି । ତ୍ରୁଟିକୁ ଟେକ୍ନୋଲୋଜି ଉପଯୋଗ କରି ସୁଧାରିବା ପାଇଁ ଚେଷ୍ଟା ଚାଲିଛି । ବ୍ୟବସ୍ଥା ସମ୍ପୂର୍ଣ୍ଣ ତ୍ରୁଟି ଶୂନ୍ୟ ହେଲେ ଧାଡି ଦର୍ଶନ ଚାଲୁ କରାଯିବ । ପ୍ରବେଶ ଓ ପ୍ରସ୍ଥାନ ପ୍ରକ୍ରିୟାକୁ ଆହୁରି ସୁଗମ ଓ ସୁରୁଖୁରୁ କରାଯିବ । ଭିନ୍ନକ୍ଷମ ଓ ବୟସ୍କମାନଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ । ଏହା ସହ ପୁରୀ ବାସିନ୍ଦାଙ୍କ ଦର୍ଶନ ପାଇଁ ଦାବି ଥିଲା । ସେଥିପାଇଁ ମଧ୍ୟ ଯୋଜନା କରିବାକୁ ତର୍ଜମା ଚାଲିଛି ।
