ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା, ପିଛିଲା ଭାବେ ଜୁଲାଇ ମାସରୁ ହେବ ଲାଗୁ

ରାଜ୍ୟ ସରକାରୀ କର୍ମଚାରୀଙ୍କ ୩% ବଢିଲା ମହଙ୍ଗା ଭତ୍ତା । ୬୦ରୁ ୬୩%କୁ ମହଙ୍ଗା ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ପିଛିଲା ଭାବେ ଜୁଲାଇ ମାସରୁ ହେବ ଲାଗୁ । ପ୍ରାୟ ସାଢ଼ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଉପକୃତ ହେବେ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।