ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ନେଇ ବଢୁଛି ଚିନ୍ତା, ୧୦୧୨ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
ସୁନ୍ଦରଗଡ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ୧୨ରେ ପହଞ୍ଚିଛି । ଜିଲ୍ଲାରେ ଏଯାଏଁ ୬ହଜାରରୁ ଅଧିକ ରକ୍ତ ନମୁନା ପରୀକ୍ଷା କରାଯାଇଛି । ସେଥିରୁ ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ଟପିଛି ।ତେବେ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତ୍ୟେକ ଦିନ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ ଚିନ୍ତା ବଢାଇବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ । ଗାଁ ଗାଁରେ ଅଙ୍ଗନବାଡି, ଆଶା ଏବଂ ମେଡିକାଲ ଟିମ୍ ଲୋକଙ୍କୁ ସଚେତନତା କରାଇବା ସହ ଜଙ୍ଗଲ ଓ ବିଲକୁ ଗଲେ ଫୁଲ୍ ପୋଷାକ ପିନ୍ଧିବା ସହ ସତର୍କ ରହିବା ଏବଂ ଜ୍ବର ହେଲେ ତୁରନ୍ତ ଡାକ୍ତରଖାନା ଆସିବା ପାଇଁ ପରାମର୍ଶ ଦିଆଯାଉଛି ।ସେପଟେ ମେଡିକାଲ ବିଭାଗ ସ୍କ୍ରବ୍ ଟାଇଫସ୍ ଉପରେ ତୀକ୍ଷ୍ଣ ନଜର ରଖିଛି ବୋଲି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୁରେଶ ଚନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି ।ଏହି ରୋଗରେ ଜିଲ୍ଲାରେ କାହାରି ମୃତ୍ୟୁ ହୋଇନାହିଁ