ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୋହନ
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ବରିଷ୍ଠ ରାଜନେତା ତଥା ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।