ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ 

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କଟକ ସିପି ଏସ୍‌ ଦେବଦତ୍ତ ସିଂ। ସେ କହିଛନ୍ତି, ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ। ଦରଘା ବଜାର ଓ କଦମ ରସୁଲରେ ପୋଲିସ ଫ୍ଲାଗମାର୍ଚ୍ଚ କରିଥିବାବେଳେ କଟକ ସହର ସାରା ପୋଲିସ ମୁତୟନ ରହିଛି। କଟକ ସହରରେ ଆଜି କୌଣସି ପ୍ରକାରର ଶୋଭାଯାତ୍ରା ହେଉନାହିଁ, ତେଣୁ କୌଣସି ପ୍ରକାର ଗୁଜବକୁ ନେଇ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି ପୋଲିସ କମିଶନର। ଗୁଜବ ସୃଷ୍ଟିକଲେ କ୍ୟାରିଅର ଖରାଫ ହେବ, ଏବଂ ଗୁଜବକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଜି ପୁଣିଥରେ ଚେତାଇ ଦେଇଛନ୍ତି Cp। ଆଜି କଟକ ସହରର ସମ୍ବେଦନଶୀଳ ଅଞ୍ଚଳର ନିରୀକ୍ଷଣ କରୁଛନ୍ତି ପୋଲିସ କମିଶନର।