ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍
ଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।ଅଭିଯୋଗ ଅନୁଯାୟୀ ସ୍କୁଲରେ ଟ୍ୟୁସନ୍ ସରିବା ପରେ ପୀଡ଼ିତାଙ୍କୁ ତାଙ୍କର ସହପାଠୀମାନେ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଜଘନ୍ୟ କାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଘଟଣାଟି ଲୋକଲୋଚନକୁ ଆସିଥିଲା।ଏହି ଘଟଣାରେ ୫ ନାବାଳକ ସହପାଠୀ ଅଟକ ରଖିଛି ପୋଲିସ । ପୀଡିତାଙ୍କ ସମ୍ପର୍କୀୟ ବଲାଙ୍ଗିର ଏସ୍ପିଙ୍କୁ ଫେରାଦ ପରେ ୫ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଅଧିକ ତଥ୍ୟ ପାଇଁ ପୋଲିସ ତଦନ୍ତ ଜାରି ରଖିଛି ।
