ସ୍କୁଲ ବହି ତ୍ରୁଟି:କମିଟିର ରିପୋର୍ଟ ଆସିବା ପରେ ୪ ଅଧିକାରୀ ସସ୍ପେଣ୍ଡ

ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଆକ୍ସନ । କମିଟିର ରିପୋର୍ଟ ଆସିବା ପରେ ୪ ଅଧିକାରୀ ସସ୍ପେଣ୍ଡ |ପୂର୍ବତନ ଶିକ୍ଷକଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ (Teachers Training & SCERT) ମନୋଜ ପାଢୀ ନିଲମ୍ବିତ । ଆଉ ୩ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲ୍ଲୀପ ସାହୁ ଓ ଭାରତୀ ଟୁଡୁ ନିଲମ୍ବିତ । ଏଥିସହ ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ମଧ୍ୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସେମାନେ ହେଲେ ବନ୍ଦିତା ପଟ୍ଟନାୟକ, ମାନସ ରଞ୍ଜନ ରାଉତ, ମନୋରଞ୍ଜନ ମହାପାତ୍ର, ଡକ୍ଟର ପ୍ରଶାନ୍ତ କୁମାର ସାହୁ, ମାନସ କୁମାର ନାୟକ ଏବଂ ଡକ୍ଟର ସୁଦର୍ଶନ ସନ୍ତରା । ମୁଖ୍ୟମନ୍ତ୍ରୀଙ୍କୁ କମିଟି ରିପୋର୍ଟ ଦେବା ପରେ ଏହି କାର୍ଯ୍ୟାନୁଷ୍ଠାନ ଖବର ସାମ୍ନାକୁ ଆସିଛି ।ସେହିପରି ପିଲାଙ୍କ ଶିକ୍ଷା ଓ ତ୍ରୁଟି ସୁଧାରିବା ପାଇଁ କମିଟିର ୧୪ଟି ସୁପାରିଶ କାର୍ଯ୍ୟକାରୀ କରାଯିବ । SCERT ପକ୍ଷରୁ ମାଷ୍ଟର ତ୍ରୁଟି (Errata) ରେଜିଷ୍ଟର ପ୍ରସ୍ତୁତ କରାଯିବ । ସବୁ ପିଲାଙ୍କୁ ସଂଶୋଧିତ ତଥ୍ୟ ପ୍ରଧାନ କରାଯିବ । , SCERTରେ Quality Assurance Cell ଖୋଲାଯିବ । ଏହା ସହିତ ଭବିଷ୍ୟତରେ କୌଣସି ପାଠ୍ୟ ପୁସ୍ତକ ଭାଷା, ଚିତ୍ର, ତଥ୍ୟ ଓ ଛପା ହେବାପାଇଁ ଆବଶ୍ୟକ ଅନୁମୋଦନ ବିନା ପ୍ରିଣ୍ଟିଙ୍ଗ ପ୍ରେସକୁ ଯିବ ନାହିଁ।