ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ
ତିନି ଡାକ୍ତରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇଛି ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୩ ଜଣ ଡାକ୍ତରଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବିତ ଡାକ୍ତରମାନେ ହେଲେ ଖୋର୍ଦ୍ଧା ଜିଲ୍ଲା ଗମ୍ଭାରୀମୁଣ୍ଡା ସିଏଚ୍ସି ର ମେଡିକାଲ ଅଫିସର ଡା.ପ୍ରଭାକର ବେହେରା, , ଗଞ୍ଜାମ ଜିଲ୍ଲା ଗଜଳବାଡ଼ି ପିଏଚ୍ସିର ମେଡିକାଲ ଅଫିସର ଡା.ତମନ୍ନା ପ୍ରିୟଦର୍ଶିନୀ ଏବଂ ଗଞ୍ଜାମ ଜିଲ୍ଲା ଆସିକା ଏସ୍ଏଚ୍ ମେଡିକାଲ ଅଫିସର ଡା. ସୁପ୍ରକାଶ ଦାସ ।ତିନି ଡାକ୍ତରଙ୍କ ବିରୋଧରେ ଶୃଙ୍ଖଳାଗତ ତଦନ୍ତ ପ୍ରକ୍ରିୟା ବିଚାରାଧୀନ ଥିବାରୁ ଓଡ଼ିଶା ସିଭିଲ ସର୍ଭିସେସ୍ (ସିସିଏ) ନିୟମାବଳୀ, ୧୯୬୨ର ନିୟମ-୧୨ ଅନୁଯାୟୀ ସେମାନଙ୍କୁ ନିଲମ୍ବନ କରାଯାଇଛି ।