ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ 

ସାହିତ୍ୟରେ ନୋବେଲ ପୁରସ୍କାର ଘୋଷଣା ହୋଇଛି । ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ । ତାଙ୍କର ଉପନ୍ୟାସ ହର୍ସଟ୍ ୦୭୭୬୯ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ ।୧୯୫୪ ମସିହାରେ ହଙ୍ଗେରି ଓ ରୋମାନିଆ ସୀମାରେ ଥିବା ଗ୍ରାମ ଗ୍ବାଲାରେ ଜନ୍ମଗ୍ରହଣ କରିଥିବା କ୍ରାଜନାହୋରକାଇଙ୍କ ଲେଖାର କେତେକ ସ୍ବତନ୍ତ୍ରତା ରହିଛି । ତାହା ହେଉଛି ଲମ୍ବା ଓ ଜଟିଳ ବାକ୍ୟ ଓ ସେଥିରେ ଲୁଚି ରହିଥିବା ଗଭୀର ଦାର୍ଶନିକ ଅର୍ଥ । ସ୍ବିଡିସ ଏକାଡେମୀ ପକ୍ଷରୁ ହିଁ ପ୍ରତିବର୍ଷ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥାଏ । ୧୯୦୧ରୁ ୨୦୨୪ ମଧ୍ୟରେ ମୋଟ ୧୨୧ ଜଣ ସାହିତ୍ୟରେ ନୋବେଲ ପୁରସ୍କାର ଜିତିଛନ୍ତି ।