ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ହୀରାକୁଦ ଡ୍ୟାମ୍ର ଆଉ ୪ ଗେଟ୍ ଖୋଲିଲା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଆଉ ୪ଟି ଗେଟ୍ ଖୋଲିଛି । ମୋଟ୍ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।୩ ଲକ୍ଷ ୬୦ ଜଳ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଜଳ ସଂପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ କହିଛନ୍ତି ଯେ ତଳମୁଣ୍ଡରେ ବର୍ଷା ନଥିବାରୁ ସ୍ଥିତି ନିୟନ୍ତ୍ରଣରେ ରହିଛି ।ଏପଟେ ଗେଟ ଖୋଲାଯାଇଥିବାରୁ ତଳମୁଣ୍ଡକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ । ସେପଟେ, ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ । ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଫଳରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏହାସହ ଏଥର ଦଶହରା ଭିଜିବ।
