ହ୍ୟୁମାନ୍ ସାଗରଙ୍କ ଶେଷକୃତ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ରେ ସମ୍ପନ୍ନ ହୋଇଛି
ଜନ୍ମସ୍ଥାନ ଟିଟିଲାଗଡ଼ ଡେଙ୍ଗ ଗାଁରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମରଶରୀର ପହଞ୍ଚିବା ପରେ ଶେଷ ଦର୍ଶନ କରିଛନ୍ତି ପରିବାର, ସମ୍ପର୍କୀୟ, ଆତ୍ମୀୟ ସ୍ୱଜନ ଓ ସଙ୍ଗୀତ ଦୁନିଆର ବହୁ ସେଲିବ୍ରିଟି। ହ୍ୟୁମାନ୍ ସାଗରଙ୍କ ଶେଷକୃତ ଆଜି ସନ୍ଧ୍ୟାରେ ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ରେ ସମ୍ପନ୍ନ ହୋଇଛି। ହ୍ୟୁମାନ ସାଗରଙ୍କ ଅନ୍ତିମ ବିଦାୟ ସ୍ଥାନୀୟ ଏକ ଚର୍ଚ୍ଚରେ କରାଯାଇଛି। ପାର୍ଥିବ ଶରୀରର ଶେଷ ଦର୍ଶନ ପାଇଁ ବଲାଙ୍ଗୀର, କଣ୍ଟାବାଞ୍ଜି, ସଇଁତଳାରୁ ମଧ୍ୟ ପ୍ରଶଂସକମାନେ ଛୁଟି ଆସିଥିଲେ।
