୧୦ରେ ଆଉ ଏକ ଘୂର୍ଣ୍ଣିବଳୟ, ୩ରୁ ୪ ଦିନ ପ୍ରବଳ ବର୍ଷା

ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ ତାରିଖ ଯାଏ ଏହା ସକ୍ରିୟ ରହିବ । ରାଜ୍ୟରେ ଜାରି ରହିବ ବଜ୍ରପାତ ଜନିତ ବର୍ଷା । ବିଶେଷକରି ଉପକୂଳ ଓ ଉତ୍ତର-ଆଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ । ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।୧୧ରେ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ବୁଧବାର ଭୁବନେଶ୍ୱରରେ ସର୍ବାଧିକ ୪୦.୯ ମିମି ବର୍ଷା ହୋଇଛି। ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ମଧ୍ୟାହ୍ନରୁ ନେଇ ଅପରାହ୍ନ ଯାଏ ଘନଘନ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଛି ।