୧୦ ଯାଏ ଲାଗିରହିବ ବର୍ଷା

ପଶ୍ଚିମ  କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅପରାହ୍ଣ ସୁଦ୍ଧା କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିଅଛି। ଧୀରେ ଧୀରେ ଏହା ଉତ୍ତର ଦିଗକୁ ଗତି କରି ୯ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ବାଂଲାଦେଶ ଉପକୂଳ ନିକଟରେ ଅବପାତରେ ପରିଣତ ହେବ।। ଏହା ପ୍ରଭାବରେ ସାରା ରାଜ୍ୟରେ ସପ୍ତାହେ ଯାଏ ବର୍ଷା ହେବ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ୭ରୁ ୯ ତାରିଖ ଯାଏ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲା ସହିତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ୧୦ ଓ ୧୧ ତାରିଖରେ ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ ଏବଂ ସମ୍ବଲପୁର ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।