୧୧ ତାରିଖ ଦିନ ପ୍ରବାସୀ ଓଡ଼ିଆଙ୍କୁ ସମ୍ୱୋଧନ କରିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ ଅଭିମୁଖେ ମୁଖ୍ୟମନ୍ତ୍ରୀ। ପ୍ରଥମେ ନୂଆଦିଲ୍ଲୀ ଯାଇ ସେଠାରୁ ଆବୁଧାବି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ମଙ୍ଗଳବାରଠୁ ପାଞ୍ଚ ଦିନିଆ UAE ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା କାଲି ଠାରୁ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସକୁ ପାଞ୍ଚ ଦିନିଆ ଗସ୍ତରେ ଯାଉଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା କରିବେ । ଏହାସହିତ ପ୍ରବାସୀ ଓଡ଼ିଆଙ୍କୁ ସମ୍ୱୋଧନ କରି ଓଡ଼ିଶାର ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିବା ସହିତ ଓଡ଼ିଶା ଏବଂ UAE ମଧ୍ୟରେ ବାଣିଜ୍ୟିକ ଓ ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଆହ୍ୱାନ ଦେବାର କାର୍ଯ୍ୟକ୍ରମ ରହିଛି ।୧୦ ତାରିଖରେ ୟୁଏଇର ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଅବଦୁଲ୍ଲା ବିନ୍ ତକ୍ ଅଲ୍ ମାରିଙ୍କ ସହ ସାକ୍ଷାତ କରିବେ। ଏହାସହ ଇଣ୍ଡିଆନ ବିଜନେସ ଆଣ୍ଡ ପ୍ରଫେସନାଲ କାଉନସିଲ ଓ ଏମିରେଟ୍ସ ଗ୍ଲୋବାଲ ଆଲୁମିନିଅମ୍ ର ନେତୃତ୍ୱଙ୍କ ସହ ଆଲୋଚନା କରିବେ। ମିଡିଲ ଇଷ୍ଟ ରିସାଇକ୍ଲିଙ୍ଗ୍ ଆସୋସିଏସନ୍ ସହ ରାଉଣ୍ଡ ଟେବୁଲ୍ ବୈଠକ ମଧ୍ୟ ହେବ।

ସେହିପରି ୧୧ ତାରିଖରେ ଦୁବାଇରେ ହେବ ଓଡ଼ିଶା ଇନ୍ ଭେଷ୍ଟର୍ସ ମିଟ୍। ଦେଶ ଓ ବିଦେଶର ଉଦ୍ୟୋଗପତିଙ୍କ ସହ ଆଲୋଚନା କରି ଓଡ଼ିଶାରେ ଥିବା ବ୍ୟାପକ ନିବେଶ ସୁଯୋଗ ସମ୍ପର୍କରେ ଅବଗତ କରାଇବେ ମୁଖ୍ୟମନ୍ତ୍ରୀ। ଏହାସହ ପ୍ରବାସୀ ଓଡ଼ିଆଙ୍କ ସହ ମଧ୍ୟ ମତବିନିମୟ କରିବେ।ଏହାସହିତ ପ୍ରବାସୀ ଓଡ଼ିଆ ମାନଙ୍କ ସହିତ ମଧ୍ୟ ଏକ ବ୍ୟାପକ ମତବିନିମୟ କାର୍ଯ୍ୟକ୍ରମ ରହିଛି । ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବେ।