୧୩ତମ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

ଗଣିଆ: ଗଣିଆ ସ୍ଥିତ ପିଏମ୍‌ ଶ୍ରୀ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ୧୩ତମ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନ୍ତର୍ଗତ ଜିଲ୍ଲାସ୍ତରୀୟ ରଗବୀ ଫୁଟବଲ୍ ପ୍ରତିଯୋଗିତା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ଲିପ୍ସା ନନ୍ଦଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଲକ୍ ଅଧ୍ୟକ୍ଷା ଝୁନା ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡ଼ା ଅଧିକାରୀ ସନ୍ୟାସୀ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା, ଗଣିଆ ସରପଞ୍ଚ ଗିରିଧାରୀ ସେଠି, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଅତିରିକ୍ତ ଶିକ୍ଷା ଅଧିକାରୀ ବିନୋଦିନୀ ପଣ୍ଡା, ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନିହାରବାଳା ରାଉତ, କ୍ରୀଡ଼ା ଶିକ୍ଷକ ବିକାଶ ମଲ୍ଲ ଓ କୁମୁଦିନୀ ଦେଈ ପ୍ରମୁଖ ମଞ୍ଚାସୀନ ହୋଇ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ।ଖେଳାଳିମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବର ବିକାଶ କରିବା ଏବଂ ଜିଲ୍ଲାରୁ ନୂତନ କ୍ରୀଡ଼ା ପ୍ରତିଭା ସୃଷ୍ଟି କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଅତିଥିମାନେ ପ୍ରକାଶ କରିଥିଲେ। ଏହି ପ୍ରତିଯୋଗିତାରେ ନୟାଗଡ଼ ଜିଲ୍ଲାର ଆଠ ଗୋଟି ବ୍ଲକରୁ ବହୁ ସଂଖ୍ୟାରେ ବାଳକ ଓ ବାଳିକା ଖେଳାଳି ଭାଗ ନେଇଛନ୍ତି।ଆଜିର ଖେଳରେ ଯେଉଁମାନେ ଭଲ ଖେଳ ପଦର୍ଶନ କରିବେ ସେମାନେ ରାଜ୍ୟସ୍ତରରେ ଖେଳିବେ ବୋଲି ଶିକ୍ଷା ଅଧିକାରୀ କହିଛନ୍ତି ।ନୟାଗଡ଼ରୁ ବିଶ୍ୱରଂଜନ ସେଠୀଙ୍କ ରିପୋର୍ଟ HRTV ODIA