୧୩ରେ ଲଘୁଚାପ ସମ୍ଭାବନା

ଆସନ୍ତା  ୮ ତାରିଖବେଳକୁ ଗାଙ୍ଗେୟ ପଶ୍ଚିମବଙ୍ଗ  ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଏକ  ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି ।  ଆସନ୍ତା ୧୩ ତାରିଖବେଳକୁ ଉତ୍ତର  ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ  ଏକ ଲଘୁଚାପ ସୃଷ୍ଟି ହୋଇପାରେ ।  ଏହାର ପ୍ରଭାବ ନେଇ ଏବେଠାରୁ  କୌଣସି ଆକଳନ କରାଯାଇନି ।ଗତ ୨୪ ଘଣ୍ଟାରେ ୧୮ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାବେଳେ ଆଉ ୪ଦିନ ରାଜ୍ୟକୁ ବିଜୁଳି ଘଡ଼ଘଡି ସହ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଶୁକ୍ରବାରଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୦ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାରଠାରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ବାଭାବିକଠାରୁ ୧୪୯% ଅଧିକ ବର୍ଷା ହୋଇଛି।