୧୪ରେ ବଙ୍ଗୋପସାଗରରେ ଘୂର୍ଣିବଳୟ, ଆଗାମୀ 6 ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ
୧୪ ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୭ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ଅଛି।ଆସନ୍ତା ୬ ଦିନ ଯାଏ କିଛି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି କେନ୍ଦୁଝର,ବାଲେଶ୍ୱର ଭଦ୍ରକ, ଅନୁଗୁଳ, ବୌଦ୍ଧ, ସୁନ୍ଦରଗଡ଼, ସମ୍ବଲପୁର ଝାରସୁଗୁଡା, ଦେଓଗଡ ଓ ମୟୁରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ସମ୍ଭାବନା ରହିଛି । ଏନେଇ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୩ରୁ ବର୍ଷାର ପରିମାଣ ବଢିବ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି କିଛି ଅଞ୍ଚଳରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି ।ତେବେ ଜୁଲାଇ ମାସରେ ଦେଶରେ ସ୍ବାଭାବିକଠାରୁ କମ୍ ବର୍ଷା ହୋଇପାରେ। କିନ୍ତୁ କେରଳ ଓ ପୂର୍ବ କେନ୍ଦ୍ରୀୟ ଭାରତରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ।