୧୫ ଦିନ ପରେ ପୀତବାସ ପଣ୍ଡା ହତ୍ୟା ମାମଲାର ଖୁଲାସା
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସର ନୂଆ ଖୁଲାସା । ହତ୍ୟା ପୂର୍ବରୁ ପୁରା ଅଞ୍ଚଳର ରେକି କରିଥିଲେ ଅପରାଧୀ । ମର୍ଡର ପାଇଁ ପ୍ରଥମ ଥର କରିଥିବା ପ୍ଲାନରେ ହୋଇଥିଲେ ବିଫଳ । ହେଲେ ପରବର୍ତ୍ତୀ ପ୍ଲାନରେ ସଫଳ ହୋଇଥିଲେ । ଆଉ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରିଥିଲେ ଦୁଇ ସାର୍ପ ସୁଟର। ବ୍ରହ୍ମପୁର ଏସ୍ପି କହିଛନ୍ତି ଯେ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା ଏବଂ ସାର୍ପ ସୁଟରକୁ ୧୦ ଲକ୍ଷ ଟଙ୍କା ଅଗ୍ରୀମ ଦିଆଯାଇଥିଲା।
ଏହି ମାମଲାରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଛି। ତାଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଅନ୍ୟମାନେ ହେଲେ ପୂର୍ବତନ ମେୟର ଶିବ ଶଙ୍କର ଦାସ (ପିଣ୍ଟୁ), ବିଜେଡି କର୍ପୋରେଟର ମଳୟ ବିଷୋୟୀ, ବିକ୍ରମଙ୍କ ସହଯୋଗୀ ମଦନ ଦଳେଇ, ୨ ସାର୍ପ ସୁଟର ଚିଣ୍ଟୁ ପ୍ରଧାନ ଓ ଜଗି ରାଉତ (ଅନ୍ୟ ଜଣେ ସାର୍ପ ସୁଟର କୁରୁପତି ଭୂୟାଁ ହିଁ ଗୁଳି ଚଳାଇଥିଲା ବୋଲି ଏସପି ସୂଚନା ଦେଇଛନ୍ତି।
