୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ତହସିଲଦାର

କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କୁ ଧରିଲା ଭିଜିଲାନ୍ସ । ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡି ବସିଲା ଟିମ୍ ।ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତହସିଲଦାରଙ୍କର  ପୈତୃକ ଘର , କ୍ବାଟର , ଅଫିସ କାର୍ଯ୍ୟାଳୟ  ସମେତ ୬ ଟି ସ୍ଥାନରେ ଏକାସାଙ୍ଗରେ ଚଢାଉ ଚାଲିଛି। କଟକ ଓ କେନ୍ଦ୍ରାପଡାର ଭିଜିଲାନ୍ସ ଟିମ୍ ଏହି ଚଢାଉରେ ସାମିଲ ଅଛନ୍ତି ।