୨୨ ତାରିଖରେ ଘୂର୍ଣ୍ଣିବଳୟ, ୨୩ରୁ ପ୍ରବଳ ବର୍ଷିବ

ରାଜ୍ୟରେ ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବ। ମଝିରେ ମଝିରେ କିଛି ସ୍ଥାନରେ ବର୍ଷା ହୋଇପାରେ। ତେବେ ଆସନ୍ତା ୨୩ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସମ୍ଭାବନା ଅଛି।ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ସମେତ ଅନ୍ୟ କିଛି ଜିଲ୍ଲାରେ ବର୍ଷା ନେଇ ସତର୍କତା ଜାରି ହୋଇଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା । ତେବେ ୨୨ ତାରିଖବେଳକୁ ଉତ୍ତର ଓଡ଼ିଶା ଉପକୂଳ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୩ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।