୨୮ ଯାଏ ବର୍ଷାରୁ ନିସ୍ତାର ନାହିଁ , ବାହୁଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
୨୮ ଯାଏ ବର୍ଷାରୁ ନିସ୍ତାର ନାହିଁ । ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି ।ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି, ରାଜ୍ୟରେ ୨୮ ଯାଏଁ ବର୍ଷା ରହିବ । ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିପାରେ । ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି ।ଏହାସହ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।