୨ ଦିନରେ କମିବ ତାପମାତ୍ରା । ଶୀତରେ ଥରିବ ଓଡ଼ିଶା

ବଙ୍ଗୋପସାଗର ରେ ଲଘୁଚାପ ସମ୍ଭାବନା।ନଭେମ୍ବର ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ “ଲଘୁଚାପ କ୍ଷେତ୍ର” ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତା ୧୪ ତାରିଖ ବେଳକୁ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ବିଶେଷ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ରାଜ୍ୟର ଉପକୂଳ ଅଞ୍ଚଳରେ ଆକାଶ ମେଘୁଆ ରହିପାରେ ଏବଂ ବର୍ଷାର ସମ୍ଭାବନା ରହିଛି । ତେବେ ମୁଖ୍ୟତଃ ଆଗାମୀ ୭ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆକଳନ କରିଛନ୍ତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।ଉପକୂଳ ଅଞ୍ଚଳରେ ଆକାଶ ମେଘୁଆ ରହିପାରେ, କିନ୍ତୁ ବର୍ଷାର ସମ୍ଭାବନା ନାହିଁ। ଆଗାମୀ ୭ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଆଗାମୀ ୨ରୁ ୩ ଦିନ ମଧ୍ୟରେ ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ନୟାଗଡ଼ ଓ କଟକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା।ତାପମାତ୍ରାରେ ମଧ୍ୟ ବଡ଼ ପରିବର୍ତ୍ତନର ସମ୍ଭାବନା ନାହିଁ। ଆଗାମୀ ୭ ଦିନ ରାତି ତାପମାତ୍ରା ପ୍ରାୟ ସ୍ଥିର ରହିବ।