୩୦ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।ଆଗାମୀ ୨୪ଘଣ୍ଟାରେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା ଓ ବରଗଡ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଘଣ୍ଟାପ୍ରତି ଝଟକାପବନ ୩୦-୪୦କି.ମି. ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବାଲେଶ୍ବର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ,ଖୋର୍ଦ୍ଧା, ପୁରୀ,ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ୨ଟା ସ୍ଥାନରେ ଘଣ୍ଟାପ୍ରତି ଝଟକାପବନ ୩୦-୪୦କି.ମି. ବେଗରେ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି ।ଆସନ୍ତା ୩୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।