୮୧ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ ତୁରନ୍ତ ସମାଧାନ କଲେ ୭ଗୋଟି
ଗଣିଆ =(ବିଶ୍ୱରଂଜନ ସେଠି ) ସୋମବାର ଗଣିଆ ବ୍ଲକରେ ନୟାଗଡ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଣିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲାପାଳଙ୍କ ଏହି ଜନ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ ୮୧ଟି ଅଭିଯୋଗ ପଞିକୃତ ହୋଇଥିଲା । ଜିଲାପାଳ ମଧୁମିତା ରଥ, ଏହି ଅଭିଯୋଗର ଶୁଣାଣି କରି ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସମୁଦାୟ ୮୧ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବାବେଳେ ୬୦ଗୋଟି ବ୍ୟକ୍ତିଗତ ଓ ସାମୁହିକ ୧୨ଗୋଟି, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସମ୍ପର୍କିତ ୯ ଅଭିଯୋଗ ପଂଜିକୃତ ହୋଇଥିଲା ।

ଏଥିରେ ପ୍ରଧାନମନ୍ତ୍ରୀ ଆବାସ ଯେ।।ଜନା, ଖାଦ୍ୟ ସୁରକ୍ଷା ଯୋଜନା, କଳାକାର ଭତା, ପାନୀୟ ଜଳ, ଷ୍ଟ୍ରିଟ ଲାଇଟ ଓ ବାଇପାସ ରାସ୍ତା ନିର୍ମାଣ ସମ୍ପର୍କିତ ଅଭିଯୋଗ କରାଯାଇଥିଲା ।ା ଏହି ଶିବିରରେ ଅତିରିକ୍ତ ଜିଲାପାଳ କର୍ଣ୍ଣଦେବ ସମ୍ମାଦାର, ଜିଲା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଏଡିଏମ ରୋଜିନା ଦାସ, ଅତିରିକ୍ତ ଜିଲା ଆରକ୍ଷୀ ଅଧିକ୍ଷକ ସୁବାଷ ପଣ୍ଡା, ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଜିଲାପରିଷଦ ସଭ୍ୟ ନରେଶ ବେହେରା, ତହସିଲଦାର ଐଶ୍ଚର୍ଯ୍ୟା ପୃଷେଠ, ବିଡିଓ ଲାବଣେନ୍ଦୁ ମହାନ୍ତି, ଏବିଡିଓ ରତନଲାଲ ଲୋହରା, ସହକାରୀ ଯନ୍ତ୍ରୀ ମହେଶପ୍ରସାଦ ନାୟକ, ଗ୍ରାମ ପଂଚାୟତ ଅଧିକାରୀ ଗୋବିନ୍ଦ ଚନ୍ଦ୍ର ମହାପାତ୍ର, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଣୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଆୟୋଜିତ ଶିବିରରେ ବ୍ଲକର ସମସ୍ତ ଜନପ୍ରତିନିଧି, ରାଜସ୍ୱ, ଶିକ୍ଷା, ସ୍ୱାସ୍ଥ୍ୟ, ଶ୍ରମ, ଜଙ୍ଗଲ, କୃଷି, ଉଦ୍ୟାନକୃଷି, ଜଳ ଓ ପରିମଳ, ମହିଳା ଓ ଶିଶୁ ବିକାଶ, ପ୍ରାଣୀସମ୍ପଦ ପରି ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ ।