୮୭ ବର୍ଷରେ ଆଖି ବୁଜିଲେ ରାମୋଜୀ ରାଓ

ରାମୋଜୀ ଫିଲ୍ମ ସିଟିର ବାଦଶାହା କୁହାଯାଉଥିବା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ୩ଟା ୪୫ ସମୟରେ ଦେହାନ୍ତ ହୋଇଛି। ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏଆଇଜି ହସ୍ପିଟାଲରେ ଚିକିତ୍ସାଧିନ ଥିଲେ ।ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

ରବିବାର ପୂର୍ବାହ୍ନ ୧୦ଟାରେ ଜୁବିଲି ହିଲ୍ସସ୍ଥିତ ମହାପ୍ରସ୍ଥାନମ୍ ଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବାର ସୂଚନା ରହିଛି ।ରାମୋଜି ରାଓଙ୍କର କିଛି ବର୍ଷ ପୂର୍ବେ କର୍କଟ ହୋଇଥିଲା। ସେ ଏହାର ଚିକିତ୍ସା କରି ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିଲେ ।ତେଲୁଗୁ ଦେଶମ ପାର୍ଟି ନେତା ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟମାନେ ତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ତେଲେଙ୍ଗାନା ବିଜେପି ମୁଖ୍ୟ ତଥା ଦଳର ସାଂସଦ ଜି କିଶନ ରେଡ୍ଡୀ ରାମୋଜି ରାଓଙ୍କ ଦେହାନ୍ତରେ ସମବେଦନା ଜଣାଇଛନ୍ତି।