ବାତ୍ୟା ବେଳେ ଜନ୍ମନେଲେ ୧୬୦୦ ପିଲା

ବାତ୍ୟା ସମୟରେ ରାଜ୍ୟରେ ଜନ୍ମନେଲେ ୧୬୦୦ ନବଜାତ ଶିଶୁ। ସମସ୍ତ ନବଜାତକ ଓ ମା ମାନେ ସୁସ୍ଥ ଥିବା ଜଣାପଡିଛି। ଏସଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ସମୟରେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବାତ୍ୟା ସମୟରେ ପିଲା ଭଲରେ ଭଲରେ ଜନ୍ମ ହୋଇଥିବାରୁ ବେଶ ଖୁସି ଅଛନ୍ତି ପରିବାର ଲୋକେ। ଏନେଇ ସରକାରଙ୍କୁ ବିଭିନ୍ନ ପରିବାର ପକ୍ଷରୁ ଧନ୍ୟବାଦ ଦିଆଯାଇଛି। ମୋଟ ୪୪୨୧ ଆସନ୍ନ ପ୍ରସବାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ପ୍ରାୟ ୧୬ଶହ ଗର୍ଭବତୀ ପ୍ରସବ କରିସାରିଛନ୍ତି।