ଆଜି ସାମାନ୍ୟ କମିଛି ସୁନା ଦର! ଜାଣନ୍ତୁ ନୂଆ ମୂଲ୍ୟ
ଶିବରାତ୍ରୀ ଅବସରରେ ସୁନା କିଣିବାକୁ ଭାବୁଛନ୍ତି। ତେବେ କିଣିବା ପୂର୍ବରୁ ଜାଣନ୍ତୁ ଆଜି କେତେ ଅଛି ସୁନା ମୂଲ୍ୟ |ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ହଜାର ୮୨୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦ ହଜାର ୫୦୦ ଟଙ୍କା ଛୁଇଁଛି ।
ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୮୦ ହଜାର ୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୮୨୦ ହୋଇଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୦,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୭,୮୨୦ ଟଙ୍କା ଥିବା ରେକର୍ଡ ହୋଇଛି।
