ଜଗନ୍ନାଥ ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ଓହରିଲା OAS ସଂଘ

ଜଗା ପ୍ରଧାନଙ୍କ ଗିରଫ ସହ ଆନ୍ଦୋଳନ ପ୍ରତ୍ୟାହାର କଲା OAS ସଂଘ । ଏନେଇ ସୂଚନା ଦେଇଛନ୍ତି OAS ସଂଘ ସଭାପତି ଜ୍ୟୋତି ମିଶ୍ର । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା ଆନ୍ଦୋଳନ କରୁଥିଲା ସଂଘ । ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା । ରାଜ୍ୟ ସରକାରଙ୍କ ଉପରେ ଭରସା ଥିଲା ବୋଲି ସଂଘ କହିଛି । ତେବେ ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ନ ମିଳିବାରୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ହେବା ପରେ ଜଗାଙ୍କୁ ପୁଲିସ ଏସଡିଜେଏମଙ୍କ ବାସଭବନରେ ହାଜର କରାଇଥିଲା। ପୁଲିସ ଯେଉଁ ଦଫା ଲଗାଇଛି ତାହା ଆଧାରରେ ଏସଡିଜେଏମ କୋର୍ଟଙ୍କ ପକ୍ଷରୁ ଜାମିନ ଦେବା କ୍ଷମତା  ପରିସର ବାହାରେ ଥିବାରୁ କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ। 

You might also like