ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ।

ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୬ଟି ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମଞ୍ଜୁରି ଦିଆଯାଇଛି । ଉଚ୍ଚଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ହୋଇଛି । ସାମାଜିକ ଓ ଅର୍ଥନୈତିକ ଭାବେ ପଛୁଆ ବର୍ଗ (SEBC) ର ଛାତ୍ରଛାତ୍ରୀଙ୍କ ପାଇଁ ନାମ ଲେଖାରେ ୧୧.୨୫% ଆସନ ସଂରକ୍ଷଣ ଲାଗୁ କରାଯିବ। ଏହି ନୀତି ଚଳିତ ଶିକ୍ଷାବର୍ଷ ୨୦୨୫–୨୬ ରୁ ରାଜ୍ୟର ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ଅନୁଦାନପ୍ରାପ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ପ୍ରଚଳନ କରାଯିବ।

ଏହି ସଂରକ୍ଷଣ ବ୍ୟବସ୍ଥା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସ୍ନାତକ, ସ୍ନାତକୋତ୍ତର, ଶିକ୍ଷକ ଶିକ୍ଷା ଓ ଆଇନ ପାଠ୍ୟକ୍ରମ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଉଚ୍ଚମାଧ୍ଯମିକ (+୨), ଶିକ୍ଷକ ଶିକ୍ଷା ଓ ବୃତ୍ତିମୂଳକ ପାଠ୍ୟକ୍ରମ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଦର୍ଶନ କଳାରେ ସ୍ନାତକ ପାଠ୍ୟକ୍ର କ୍ରମ ଏବଂ ବଂ କ୍ରୀ କ୍ରୀଡା ଓ ଯୁବସେବା ବିଭାଗର ବି.ପି.ଏଡ୍/ଏମ.ପି.ଏଡ୍ ପାଠ୍ୟକ୍ରମରେ ଲାଗୁ କରାଯିବ । ଓଡ଼ିଆ ଭାଷା ସାହିତ୍ୟ କ୍ଷେତ୍ରରେ ନାମ ଲେଖା ପାଇଁ ବି ସଂରକ୍ଷଣ ଲାଗୁ ହେବ। ଏସସି/ଏସଟି ପାଇଁ ଯାହା ପୂର୍ବରୁ ସଂରକ୍ଷଣ ଥିଲା ତାହା ବଳବତ୍ତର ରହିବ। ପୂର୍ବପରି ଅନୁସୂଚିତ ଜାତି(ଏସସି)ଙ୍କ ପାଇଁ ୧୬.୨୫ ପ୍ରତିଶତ, ଅନୁସୂଚିତ ଜନଜାତି(ଏସଟି) ପାଇଁ ୨୨.୫ ପ୍ରତିଶତ ସଂରକ୍ଷଣ ରହିବ। ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୫ପ୍ରତିଶତ ସଂରକ୍ଷଣ । ଏସ୍‌ସି,ଏସ୍‌ଟି, ଦିବ୍ୟାଙ୍ଗଙ୍କ ପାଇଁ ପୂର୍ବଭଳି ରହିବ ସଂରକ୍ଷଣ । ରାଜ୍ୟ କ୍ୟାବିନେଟ୍‌ରେ ନିଆଗଲା ବଡ ନିଷ୍ପତ୍ତି

You might also like