କୋଟିଆରେ ରଥ ଟାଣିବେ ରାଜସ୍ୱ ମନ୍ତ୍ରୀ । 

ସୀମାନ୍ତ କୋଟିଆରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ ! ପ୍ରଥମଥର ପାଇଁ କୋଟିଆରେ ହେବ ରଥଯାତ୍ରା । ଯେଉଁଥରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଏକାଧିକ ମନ୍ତ୍ରୀ ସାମିଲ ହେବେ ।ଆସନ୍ତାକାଲି ସୁଦ୍ଧା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବ । ପୁରୀ ରଥଯାତ୍ରା ପରଦିନ କୋଟିଆରେ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ । ତେବେ କୋଟିଆ ବିବାଦର ସମାଧାନ ପାଇଁ ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି । କମିଟିର ପ୍ରଥମ ବୈଠକ ମଧ୍ୟ ଶେଷ ହୋଇଛି । ରଥଯାତ୍ରାରେ ମନ୍ତ୍ରୀ କୋଟିଆ ଯାଉଥିବା ବେଳେ ସେନେଇ ସମୀକ୍ଷା କରି ପାରନ୍ତି ।

You might also like