ଜଗନ୍ନାଥ ପ୍ରଧାନ ଉପରେ ଲାଗିଛି ୧୧ଟି ଦଫା
BMC ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଜେଲ୍ ଗଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଡିସିପି ଅଫିସରେ ଆତ୍ମସମର୍ପଣ କରିବା ପରେ ପୋଲିସ ଗିରଫ କରିଛି । ତେବେ ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ଷଷ୍ଠ ଅଭିଯୁକ୍ତ ଭାବେ ଜଗନ୍ନାଥ ପ୍ରଧାନ ଗିରଫ ହୋଇଛନ୍ତି । ଏବେ ଝାରପଡ଼ା ଜେଲରେ ଜଗନ୍ନାଥ ପ୍ରଧାନ ଅଛନ୍ତି। ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ୧୧ଟି ଦଫା ଲାଗିଛି । ଭାରତୀୟ ନ୍ୟାୟ ସଂହିତା (ବିଏନଏସ) ଦଫା- ୩୩୩ ଓ ୧୩୨ ଲାଗିଛି -ଏହା ସହ ୧୨୧(୧), ୧୨୧(୨), ୩୫୧(୨), ୬୨, ୩୦୪, ୫୪, ୬୧(୨), ୧୮୯(୨), ୧୯୦/୩(୫) ଦଫା ମଧ୍ୟ ଲାଗିଛି । କିନ୍ତୁ ତାଙ୍କ ଓକିଲ କହିଛନ୍ତି ଯେ ସେସନ୍ସ କୋର୍ଟକୁ ଯିବୁ।
