ମଧ୍ୟାହ୍ନରେ ଭୁବନେଶ୍ୱର ଫେରିବେ ନବୀନ ପଟ୍ଟନାୟକ । 

ଆଜି ମୁମ୍ବାଇରୁ ଫେରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସର୍ଭାଇକାଲ ଆର୍ଥ୍ରାଇଟିସ ସର୍ଜରୀରୁ ସଂପୂର୍ଣ୍ଣ ସୁସ୍ଥ ହେବା ପରେ ସେ ଓଡ଼ିଶା ଫେରୁଛନ୍ତି । ଦିନ ୧୨ଟା ୩୦ରେ ଭୁବନେଶ୍ବର ବିମାନବନ୍ଦର ପହଞ୍ଚିବେ । । ଗତ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ୨୨ ତାରିଖରେ ତାଙ୍କର ଅପରେସନ ହୋଇଥିଲା । ସେ ଏବେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସାରେ ଥିଲେ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଭୁବନେଶ୍ୱର ଫେରିବେ । ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରୁ ଦଳୀୟ ନେତା ଓ କର୍ମୀ ନବୀନ ନିବାସ ଯାଏଁ ସ୍ୱାଗତ କରିବେ । ଏନେଇ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ସୂଚନା ଦେଇଛନ୍ତି ।କ୍ଷମତାରେ ଥାନ୍ତୁ ନଥାନ୍ତୁ ଓଡିଶାବାସୀଙ୍କ ପାଖରେ ସବୁବେଳେ ପ୍ରିୟ ହୋଇ ରହିଛନ୍ତି ନବୀନ । ତାଙ୍କ ଚିକିତ୍ସା ଖବର ପାଇବା ପରେ ସାରା ରାଜ୍ୟରେ ଦୀପଜାଳି ଆଶୁ ଆରୋଗ୍ୟ କାମନା କରିଥିଲେ ଲୋକେ । ଏବେ ନବୀନଙ୍କ ଫେରିବା ଖବର ଜାଣିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରିବା ପାଇଁ ସମସ୍ତେ ଅପେକ୍ଷା କରିଛନ୍ତି ।

You might also like