ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ଦେହାନ୍ତ ।

ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ବୁଧବାର ଦେହାନ୍ତ ହୋଇଯାଇଛି। ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ଉତରପ୍ରଦେଶ ସରକାର ଶୋକ ବ୍ୟକ୍ତ କରିଛନ୍ତି। ୧୯୪୫ରେ ସନ୍ତକବୀରନଗର ଜିଲ୍ଲାରେ ସତ୍ୟେନ୍ଦ୍ର ଦାସଙ୍କ ଜନ୍ମ |ବାପା ଅଭିରାମଦାସଙ୍କୁଠୁ ପ୍ରଭାବିତ ହୋଇ ପ୍ରଭୁ ରାମଙ୍କ ଭକ୍ତ ହୋଇଥିଲେ ସତ୍ୟେନ୍ଦ୍ର ପ୍ରଭୁଙ୍କ ସେବା ପାଇଁ ଘରଦ୍ବାରା ଛାଡି ଆଶ୍ରମରେ ସନ୍ନ୍ୟାସ ଜୀବନ ଗ୍ରହଣ କରିଥିଲେ |୧୯୯୨ ମସିହାରରେ ରାମମନ୍ଦିର ପୂଜକ ଭାବେ ଦାୟିତ୍ବ ନେଲେ | ୩ଦଶନ୍ଧି ଧରି ରାମମନ୍ଦିର ପୂଜକ ଥିଲେ |

ଅଯୋଧ୍ୟା ରାମମନ୍ଦିର ଆନ୍ଦୋଳନରେ ପ୍ରମୂଖ ଭୂମିକା ତୁଳାଇଥିଲେ |ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ନିଧନରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ଲେଖିଛନ୍ତି- ଭଗବାନ ରାମଙ୍କ ପରମ ଭକ୍ତ ଏବଂ ଶ୍ରୀ ରାମ ଜନ୍ମଭୂମି ମନ୍ଦିର, ଶ୍ରୀ ଅଯୋଧ୍ୟା ଧାମର ମୁଖ୍ୟ ପୁରୋହିତ ଆଚାର୍ଯ୍ୟ ଶ୍ରୀ ସତ୍ୟେନ୍ଦ୍ର କୁମାର ଦାସ ଜୀ ମହାରାଜଙ୍କ ଦେହାନ୍ତ ଅତ୍ୟନ୍ତ ଦୁଃଖଦ ଏବଂ ସାମାଜିକ ଏବଂ ଆଧ୍ୟାତ୍ମିକ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି! ମୁଁ ପ୍ରଭୁ ଶ୍ରୀରାମଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଂଗତ ଆତ୍ମାକୁ ତାଙ୍କ ଚରଣ କମଳରେ ସ୍ଥାନ ଦିଅନ୍ତୁ ଏବଂ ଶୋକଗ୍ରସ୍ତ ଶିଷ୍ୟ ଏବଂ ଅନୁଗାମୀମାନଙ୍କୁ ଏହି ଅପାର କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ। ଓମ୍‌ ଶାନ୍ତି!

You might also like