ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅଭିନେତ୍ରୀ ସୋନାଲି ପଣ୍ଡା

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବିବାଦରେ ଫସିଥିବା ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା । ବାଲିଚନ୍ଦ୍ରପୁର ଥାନାରେ ସେ ଦାୟର କରିଥିବା ଏତଲା ଉପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ସେ ନିଜ ଆବେଦନରେ ଦର୍ଶାଛନ୍ତି ।ସୋନାଲିଙ୍କ ଅଭିଯୋଗ ଅନୁସାରେ, ସେ ନାବାଳିକା ଥିବା ସମୟରେ ଶ୍ରୀକ୍ଷେତ୍ର ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଏବଂ ସେହି ସମୟରେ ସେ ଏକ ସନ୍ତାନର ମାଆ ମଧ୍ୟ ହୋଇଥିଲେ। ଗତ ୧୦ ବର୍ଷ ହେଲା ଶ୍ରୀକ୍ଷେତ୍ରଙ୍କ ସହ ତାଙ୍କର କୌଣସି ସମ୍ପର୍କ ନାହିଁ ଏବଂ ସେ ଅଲଗା ରହୁଛନ୍ତି। ଶ୍ରୀକ୍ଷେତ୍ର ତାଙ୍କୁ ବଦନାମ କରିବାକୁ ଚେଷ୍ଟା କରୁଥିବା ମଧ୍ୟ ସେ ଅଭିଯୋଗ କରିଛନ୍ତି। ତାଙ୍କ ଇଚ୍ଛା ବିରୁଦ୍ଧରେ ହୋଇଥିବା ସମସ୍ତ କାର୍ଯ୍ୟ ବିରୁଦ୍ଧରେ ଆଇନ ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସେ ବାଲିଚନ୍ଦ୍ରପୁର ଥାନାରେ ଏତଲା ଦେଇଥିଲେ । କିନ୍ତୁ ପୋଲିସ ଏଯାଏଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ ।

You might also like