ରତ୍ନଭଣ୍ଡାର ପାଇଁ ୫କୋଟି, ସୁଭଦ୍ରା ପାଇଁ ୧୧୯୬ କୋଟି  ବ୍ୟୟବରାଦ

ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟ ବରାଦ, ପୋଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି ।

ସେହିପରି ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି ଓ ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା , ମଧୁବାବୁ ପେନସନ ଯୋଜନାରେ ୩୩୮କୋଟିର ବ୍ୟବସ୍ଥା କରାଯାଇଛି । ସେହିପରି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା ଓ ସୁଭଦ୍ରା ପାଇଁ ୧୧୯୬ କୋଟି ବ୍ୟବସ୍ଥା କରାଯାଇଛି ।

You might also like