ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ
ରାଜ୍ୟରେ ଶନିବାର ତାତିର ପ୍ରକୋପ ଜାରି ରହିବ। ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ବହିବ। ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ନାକେଦମ କରିବ। ରବିବାରଠାରୁ ତାତିରେ ସାମୟିକ ବିରତି ଲାଗିବ। ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବ । ରବିବାର ୨୭ ତାରିଖରେ କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକରେ କାଳବୈଶାଖୀ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକରେ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ସୂଚନା ଦିଆଯାଇଛି।
