ବାୟୁସେନା ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ।
ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ବାୟୁସେନାର ଯୁଦ୍ଧ ବିମାନ ‘ମିରାଜ-୨୦୦୦’ କ୍ରାସ୍ ହୋଇଛି । ତେବେ ଦୁର୍ଘଟଣା ପୂର୍ବରୁ ଦୁଇ ପାଇଲଟ୍ ସୁରକ୍ଷିତ ଭାବରେ ବାହାରି ଆସିଥିଲେ । ହେଲିକପ୍ଟରଟି ଏକ କ୍ଷେତରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏବଂ ଏହାପରେ ଏଥିରେ ନିଆଁ ଲାଗି ଯାଇଥିଲା। ଦୁର୍ଘଟଣା ପରେ ବହୁ ସଂଖ୍ୟାରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଉଭୟ ପାଇଲଟଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ପ୍ରତିରକ୍ଷା ଅଧିକାରୀଙ୍କ ମୁତାବକ, ଟ୍ୱିନ୍-ସିଟର ମିରାଜ ୨୦୦୦ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ବେଳେ ଦୁର୍ଘଟଣାର ଶିକାର ହୋଇଛି । ଦୁର୍ଘଟଣାର କାରଣ ଜାଣିବା ପାଇଁ କୋର୍ଟ ଅଫ୍ ଇନକ୍ଵାରୀର ଆଦେଶ ଦିଆଯାଇଛି । ବିମାନରେ ଟେକ୍ନିକାଲ୍ ତ୍ରୁଟି ହେତୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ଅଧିକାରୀମାନେ ଦୁର୍ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛନ୍ତି ।
