ଭୁବନେଶ୍ବର ଏୟାରପୋର୍ଟରେ ସ୍ବାଭାବିକ ହେଲା ବିମାନ ସେବା

ବାତ୍ୟା ‘ଦାନା’ ଆସିବା ପୂର୍ବରୁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିଲା। ଭୁବନେଶ୍ୱର ବିମାନ ବନ୍ଦରରୁ ସକାଳ ୮ଟାରୁ ସ୍ୱାଭାବିକ ହୋଇଛି ବିମାନ ଚଳାଚଳ । ଭୁବନେଶ୍ୱରରେ ସ୍ଥିତି ସ୍ୱାଭାବିକ ଥିବାରୁ ବିମାନ ଚଳାଚଳ କରାଯାଇଛି । ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ବାତ୍ୟା ‘ଦାନା’ର ପ୍ରଭାବକୁ ଦୃଷ୍ଟିରେ ରଖି ଗୁରୁବାର ଦିନ ଭୁବନେଶ୍ୱର ବିମାନବନ୍ଦରରୁ ସମସ୍ତ ବିମାନସେବା ବନ୍ଦ କରାଯାଇଥିଲା ।

ଗତକଶଲି ମଧ୍ୟ ରାତ୍ରରେ ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ‘ଦାନା’। ରାତି ପ୍ରାୟ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ବାତ୍ୟା ‘ଦାନା’ ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କରିଥିଲା ସ୍ଥଳଭାଗ। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ।