ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା
ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ୱର, ଯାଜପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ ବରଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ଆଶଙ୍କା ରହିଛି । ୧୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ୧୯ରୁ ବର୍ଷା ପରିମାଣ କମିପାରେ।
