ଆସନ୍ତାକାଲି ସମସ୍ତ ସ୍କୁଲ୍‌, କଲେଜ୍ ବନ୍ଦ

ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରରେ ଆସନ୍ତାକାଲି ସମସ୍ତ ସ୍କୁଲ୍ କଲେଜ୍ ବନ୍ଦ। ବାତ୍ୟା ଆଶ୍ରୟସ୍ଥଳୀ ହୋଇଥିବାରୁ ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର। ସେହିପରି ବାଲେଶ୍ୱରରେ ସ୍କୁଲଗୁଡିକ ବାତ୍ୟା ଆଶ୍ରୟସ୍ଥଳୀ ହୋଇଥିବାରୁ ବନ୍ଦ ନିଷ୍ପତ୍ତି ନିଆଯାଇଛି। କେନ୍ଦୁଝରରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ସବୁ ସ୍କୁଲ-କଲେଜକୁ ବନ୍ଦ ରଖାଯାଇଛି।