ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଲା। 

ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଲା। ସାମ୍ନାକୁ ଆସିଲା ସେମାନଙ୍କ ବିବାହର ଫଟୋ। ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି।ପ୍ରଶଂସକମାନେ ଉଭୟଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛନ୍ତି । ମାର୍ଚ୍ଚ ୮ ତାରିଖରେ ଉଭୟଙ୍କ ନିର୍ବନ୍ଧ ହୋଇଥିଲା । ନିର୍ବନ୍ଧ ଫଟୋ ସାମ୍ନାକୁ ଆସିବା ପରଠୁ ଉଭୟଙ୍କ ବିବାହକୁ ନେଇ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଥିଲା ।ଉଭୟ ପରିବାର ଓ କିଛି ଘନିଷ୍ଠ ବନ୍ଧୁଙ୍କ ଗହଣରେ ବିବାହ କରିଛନ୍ତି। ଦିଲ୍ଲୀରେ ଏହି ହାଇପ୍ରୋଫାଇଲ୍ ବାହାଘର ସମ୍ପୂର୍ଣ୍ଣ ହିନ୍ଦୁ ରୀତିନୀତି ଅନୁସାରେ ହେଉଛି। ଭିଣ୍ଟେଜ କାରରେ ବର ବେଶରେ ଆସିଛନ୍ତି ଅନୁଭବ। ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ବିବାହ ବିଛେଦ ପରେ ଜାଗ୍ରତିଙ୍କୁ ଦ୍ଵିତୀୟ ବିବାହ କରିଛନ୍ତି ଅନୁଭବ |

You might also like