ବର୍ଷାଙ୍କୁ କ୍ଷତିପୂରଣ ଦେବେନି ଅନୁଭବ
ବହୁ ଚର୍ଚ୍ଚିତ ଓଲିଉଡ ଷ୍ଟାର ଦମ୍ପତି ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନେଇ ପୁଣି ଖବର ସାମ୍ନାକୁ ଆସିଛି । ଅନୁଭବ ଓ ତାଙ୍କର ପରିବାର ବିରୋଧରେ ଅଭିଯୋଗ ଆଣି ବର୍ଷା କରିଥିବା ମାମଲାକୁ କୋର୍ଟ ଖାରଜ କରିଦେଇଛନ୍ତି । ତେଣୁ ବର୍ଷାଙ୍କୁ ଅନୁଭବ ଭରଣପୋଷଣ ଦେବେ ନାହିଁ ।୨୦୨୨ ମସିହାରେ ବର୍ଷା ଅନୁଭବ ଏବଂ ତାଙ୍କ ପରିବାର ବିରୁଦ୍ଧରେ ଆଣିଥିଲେ ସଂଗୀନ ଅଭିଯୋଗ । ଶାଶୁଘରେ ତାଙ୍କୁ ପାରିବାରିକ ହିଂସାର ଶିକାର ହେବାକୁ ପଡୁଛି ବୋଲି ବର୍ଷା ଅଭିଯୋଗ କରି ଜେଏମ୍ଏଫ୍ସି କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ । ତାଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯାତନା ଦିଆଯାଉଛି, ତେଣୁ କ୍ଷତିପୂରଣ ବାବଦରେ ଏକ ନିର୍ଦ୍ଧିଷ୍ଟ ଅର୍ଥରାଶି ଦେବା ସହିତ ଭରଣପୋଷଣ ଲାଗି ଦାବି କରିଥିଲେ ବର୍ଷା । ଯାହାର ରାୟ ପ୍ରକାଶ କରିବା ସହିତ ବର୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ ।ଅନ୍ୟପଟେ ଦୁହିଁଙ୍କର ଛାଡ଼ପତ୍ର ହୋଇସାରିଥିବାବେଳେ, ଅନୁଭବ ମଧ୍ୟ ଦ୍ବିତୀୟ ବିବାହ କରିସାରିଛନ୍ତି । ତେବେ ମାମଲାର ଶୁଣାଣି ପୂର୍ବରୁ କୋର୍ଟ ପାରିବାରିକ ହିଂସାର କୌଣସି ପ୍ରମାଣପତ୍ର ପାଇ ପାରି ନାହାନ୍ତି । ଫଳରେ ଅନୁଭବଙ୍କ ସହ ତାଙ୍କ ପୁରା ପରିବାରକୁ ଆଶ୍ୱସ୍ତି ମିଳିଛି ।
