ଆଜିଠୁ ବଢ଼ିବ ବର୍ଷାର ପରିମାଣ ।
ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅଦିନିଆ ବର୍ଷା ଲାଗିରହିଛି। କେଉଁଠି କୁଆପଥର ତ ଆଉ କେଉଁଠି ବର୍ଷା ପବନ ହୋଇଛି। ବିଶେଷକରି ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ହେଲା ତୁହାକୁ ତୁହା ବର୍ଷା ହେବାରୁ ବ୍ୟାପକ ଫସଲ ନଷ୍ଟ ସହ କେତେକ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି। ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ ରହିଛି। ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି। ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ଲାଗି ରହିଛି । ୮ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି ।
ଏହାବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଯାଜପୁର ଜିଲ୍ଲାରେ ହାଲୁକା ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
