‘ଆୟୁଷ୍ମାନ କାର୍ଡ଼ ଛପା ଚାଲିଛି:ସ୍ବାସ୍ଥ୍ୟମନ୍ତ୍ରୀ
ଆୟୁଷ୍ମାନ ଯୋଜନାକୁ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସାଢ଼େ ୩ କୋଟି ଲୋକଙ୍କୁ ଯୋଜନାରେ ସାମିଲ କରାଯିବ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି । ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ମଧ୍ୟ ଚାଲିଛି। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଚଳିତ ମାସ ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଚଳିତ ମାସ ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ। ଦେଶର ଯେକୌଣସି ସ୍ଥାନରେ ଥିଲେ ମଧ୍ୟ ଜଣେ ଏହି ସୁଯୋଗ ପାଇପାରିବ। ଏହି ଯୋଜନା ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତର ସୁବିଧା ଗୋଟିଏ କାର୍ଡରେ ମିଳିବ ଯାହା ୱାନ ନେସନ ୱାନ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ।’
