ବିଧାୟକ ସମୀର ଦେଙ୍କ ପାଇଁ ଆଜି ବନ୍ଦ୍ ରହିବ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ।
ଆଜି ବନ୍ଦ୍ ରହିବ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ । ଉଭୟ ବୈଷ୍ଣବ ପାଣି ମଞ୍ଚ ଓ ଅକ୍ଷୟ ମହାନ୍ତି ମଞ୍ଚ ରେ ବନ୍ଦ୍ ରହିବ କାର୍ଯ୍ୟକ୍ରମ । ସମୀର ଦେଙ୍କ ଦେହାନ୍ତ ପାଇଁ ଘୋଷଣା କଲେ କଟକ ଜିଲ୍ଲାପାଳ। ବାଲିଯାତ୍ରାର ଚତୁର୍ଥ ଦିନରେ ଆଜି ଦର୍ଶକଙ୍କୁ ନିରାଶ ହେବାକୁ ପଡିବ । ତେବେ ସମୀର ଦେଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି ଯେ, ‘ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।
ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ’। ସୂଚନାମୁତାବକ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ୬୭ ବର୍ଷ ବୟସରେ ପରଲୋକ ଘଟିଛି । ସୋମବାର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା କାରଣରୁ ଦୀର୍ଘଦିନ ଧରି ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।ଜଣେ ପ୍ରବୀଣ ରାଜନେତା ଭାବେ ବେଶ ଲୋକପ୍ରିୟ ଥିଲେ ସମୀର ଦେ । ଏମିତି କି ୨୦୦୪ରୁ ୦୯ ପର୍ଯ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସରକାର ଅମଳରେ ସେ ରାଜ୍ୟର ଉଚ୍ଚଶିକ୍ଷା ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ ମଧ୍ୟ ରହିଥିଲେ । କଟକ ସହରରୁ ୩ ଥର ବିଧାୟକ ରହିଥିଲେ ।
