ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ସୀମା ବଢ଼ିଲା ।

ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ଯାଏଁ କାର୍ଯ୍ୟକ୍ରମ ଚାଲି ପାରିବ। ସୂଚନାମୁତାବକ ଗତ ଶନିବାର (ନଭେମ୍ବର ୧୬) ଦିନ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧାରୁ ବନ୍ଦ କରିଥିଲା କମିଶନରେଟ ପୋଲିସ । ଜଣାଶୁଣା କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କ ପର୍ଫମାନ୍ସ ଚାଲିଥିବା ବେଳେ ଏହାକୁ ଅଧାରୁ ବନ୍ଦ କରାଇ ଦିଆଯାଇଥିଲା । ଏହାକୁ ନେଇ ବାଲିଯାତ୍ରାରେ ଦର୍ଶକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା । ଏହାପରେ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ା ଯାଇଛି ।

You might also like