ରାଜ୍ୟରେ ବଢୁଛି ମଦ ବିକ୍ରି, ବରଗଡ଼ ଜିଲ୍ଲାରୁ ଆସିଛି ସର୍ବାଧିକ ୧୨୪ କୋଟି ୯୯ ଲକ୍ଷର ଅବକାରୀ ରାଜସ୍ୱ ।
ରାଜ୍ୟରେ ବଢୁଛି ମଦ ବିକ୍ରି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, ଗତ ବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ରେ ୫ କୋଟି ୮୮ ଲକ୍ଷ ୮୫ ହଜାର ବିଦେଶୀ ମଦ ବିକ୍ରି ହୋଇଛି । ସେହିପରି ଦେଶୀ ମଦର ମଧ୍ୟ ବଢିଛି ଚାହିଦା ।
୨୦୨୨-୨୩ ରେ ୮୪ ଲକ୍ଷ ୩୭ ହଜାର ଲିଟର ଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ୯୮ ଲକ୍ଷ ୪୩ ହଜାର ଲିଟର ମଦ ବିକ୍ରି ହୋଇଛି । ସେହିପରି ଅବକାରୀ ରାଜସ୍ୱ ମଧ୍ୟ ବଢିଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଏହା ୭, ୨୧୬, ୯୯ ଟଙ୍କାରେ ପହଞ୍ଚିଛି ।ବରଗଡ଼ ଜିଲ୍ଲାରୁ ଆସିଛି ସର୍ବାଧିକ ୧୨୪ କୋଟି ୯୯ ଲକ୍ଷର ଅବକାରୀ ରାଜସ୍ୱ । ଦ୍ୱିତୀୟରେ ରହିଛି ଗଞ୍ଜାମ ଜିଲ୍ଲା ଯେଉଁଠି ୯୬ ଲକ୍ଷ ୧୦ କୋଟି ଟଙ୍କାର ଅବକାରୀ ରାଜସ୍ୱ ଆସିଛି ।
