ପ୍ରବଳ ଶୀତ, ଘନକୁହୁଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ

ଆହୁରି ଥରାଇବ ଜାଡ଼ । କମିବ ପାରଦ, ବଢିବ ଶୀତ । ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘନ କୁହୁଡି ପାଇଁ ଗାଡ଼ି ଚଳାଚଳରେ ବାଧା ଉପୁଜିବା ସହ ଟେନସା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, କୋରାପୁଟ ଏବଂ ଅନୁଗୁଳ ଜିଲ୍ଲାରେ ସାମାନ୍ଯ କୁହୁଡ଼ି ଦେଖିବାକୁ ମିଳିବ। ସେହିପରି ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ଗଂଜାମ, ଗଜପତି, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ ଓ ସୁନ୍ଦରଗଡ଼ରେ ଘନକୁହୁଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

You might also like